2ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟସ୍ଥାନକୁ, ଅର୍ଥାତ୍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ।” ତହିଁରେ ସେ ବ୍ୟକ୍ତି ମୋʼ ସାକ୍ଷାତରେ ଗଲେ।
3ସେହି ପୁରୁଷ ଯିବା ସମୟରେ କିରୂବମାନେ ଗୃହର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିଲେ ଓ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା।
4ପୁଣି, ସଦାପ୍ରଭୁଙ୍କର ପ୍ରତାପ କିରୂବର ଉପରରୁ ଉଠି ଗୃହର ଏରୁଣ୍ଡିର ଉପରେ ଠିଆ ହେଲା; ତହିଁରେ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ପ୍ରତାପର ତେଜରେ ପରିପୂର୍ଣ୍ଣ ହେଲା।
5ଆଉ, ସର୍ବଶକ୍ତିମାନ ପରମେଶ୍ୱରଙ୍କର କଥା କହିବା ସମୟର ରବ ତୁଲ୍ୟ କିରୂବମାନଙ୍କ ପକ୍ଷୀର ଶବ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା।
6ପୁଣି, ତୁମ୍ଭେ ଘୂର୍ଣ୍ଣାୟମାନ ଚକ୍ର ମଧ୍ୟରୁ, ଅର୍ଥାତ୍, କିରୂବଗଣର ମଧ୍ୟସ୍ଥାନରୁ ଅଗ୍ନି ନିଅ, ଏହି କଥା କହି ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ ଆଜ୍ଞା କଲା ବେଳେ ସେହି ପୁରୁଷ ଯାଇ ଗୋଟିଏ ଚକ୍ର ପାର୍ଶ୍ୱରେ ଠିଆ ହେଲେ।