6ପୁଣି, ତୁମ୍ଭେ ଘୂର୍ଣ୍ଣାୟମାନ ଚକ୍ର ମଧ୍ୟରୁ, ଅର୍ଥାତ୍, କିରୂବଗଣର ମଧ୍ୟସ୍ଥାନରୁ ଅଗ୍ନି ନିଅ, ଏହି କଥା କହି ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ ଆଜ୍ଞା କଲା ବେଳେ ସେହି ପୁରୁଷ ଯାଇ ଗୋଟିଏ ଚକ୍ର ପାର୍ଶ୍ୱରେ ଠିଆ ହେଲେ।
7ତହିଁରେ ସେହି କିରୂବ, କିରୂବମାନଙ୍କ ମଧ୍ୟରୁ, କିରୂବମାନଙ୍କର ମଧ୍ୟସ୍ଥିତ ଅଗ୍ନିକୁ ଆପଣା ହସ୍ତ ବଢ଼ାଇ ତହିଁରୁ କିଛି ନେଇ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତରେ ଦେଲେ ଓ ସେ ତାହା ନେଇ ବାହାରକୁ ଗଲେ।
8ଆଉ, କିରୂବମାନଙ୍କ ମଧ୍ୟରେ ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଏକ ଆକୃତି ଦେଖାଗଲା।
9ପୁଣି, ମୁଁ ଅନାଇଲି, ଆଉ ଦେଖ, ଏକ କିରୂବର ପାର୍ଶ୍ୱରେ ଏକ ଚକ୍ର ଓ ଅନ୍ୟ କିରୂବର ପାର୍ଶ୍ୱରେ ଅନ୍ୟ ଚକ୍ର, ଏହିରୂପ କିରୂବମାନଙ୍କ ପାର୍ଶ୍ୱରେ ଚାରି ଚକ୍ର ଥିଲା; ଆଉ, ସେହି ଚକ୍ରମାନର ଆଭା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଥିଲା।
10ସେମାନଙ୍କର ଆକୃତି ଏହି, ଚକ୍ର ମଧ୍ୟରେ ଚକ୍ର ଥିଲା ପରି ସେହି ଚାରିର ଏକ ଆକୃତି ଥିଲା।