23ଏଉତ୍ତାରେ ସଦାପ୍ରଭୁଙ୍କର ପ୍ରତାପ ନଗର ମଧ୍ୟରୁ ଊର୍ଦ୍ଧ୍ୱଗମନ କରି ନଗରର ପୂର୍ବଦିଗସ୍ଥିତ ପର୍ବତ ଉପରେ ସ୍ଥଗିତ ହେଲା।
24ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଦର୍ଶନରେ କଲ୍ଦୀୟ ଦେଶକୁ ନିର୍ବାସିତ ଲୋକମାନଙ୍କ ନିକଟକୁ ଆଣିଲେ। ତହୁଁ ମୁଁ ଯେଉଁ ଦର୍ଶନ ପାଇଥିଲି, ତାହା ମୋʼ ନିକଟରୁ ଊର୍ଦ୍ଧ୍ୱଗମନ କଲା।
25ଏଥିରେ ସଦାପ୍ରଭୁ ମୋତେ ଯେଉଁ ଯେଉଁ ବିଷୟ ଦେଖାଇଥିଲେ, ସେହି ସକଳ ବିଷୟ ମୁଁ ନିର୍ବାସିତ ଲୋକମାନଙ୍କୁ ଜଣାଇଲି।