ଯିହିଜିକଲ 12

ଆହୁରି, ଆମ୍ଭେ ତାହା ଉପରେ ଆମ୍ଭର ଜାଲ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ; ଆଉ, ଆମ୍ଭେ କଲ୍‍ଦୀୟମାନଙ୍କର ଦେଶ ବାବିଲକୁ ତାହାକୁ ନେଇଯିବା; ଆଉ, ଯଦ୍ୟପି ସେ ସେହି ସ୍ଥାନରେ ମରିବ, ତଥାପି ସେ ତାହା ଦେଖିବ ନାହିଁ।

Ezekiel 12:13 (UKJV) My net also will I spread upon him, and he shall be taken in my snare: and I will bring him to Babylon to the land of the Chaldeans; yet shall he not see it, though he shall die there.

11ତୁମ୍ଭେ କୁହ, ମୁଁ ତୁମ୍ଭମାନଙ୍କର ଚିହ୍ନସ୍ୱରୂପ ଅଟେ: ‘ମୁଁ ଯେପରି କଲି, ସେମାନଙ୍କ ପ୍ରତି ସେହିପରି କରାଯିବ; ସେମାନେ ନିର୍ବାସିତ ହୋଇ ବନ୍ଦୀତ୍ୱ ସ୍ଥାନକୁ ଯିବେ।’

12ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ଅଧିପତି ଅନ୍ଧକାର ସମୟରେ ଆପଣା କାନ୍ଧରେ ଭାର ବୋହି ବାହାରି ଯିବ; ଲୋକମାନେ ବୋହି ନେବା ପାଇଁ କାନ୍ଥ ଖୋଳିବେ; ସେ ଆପଣା ମୁଖ ଆଚ୍ଛାଦନ କରିବ, କାରଣ ସେ ଚକ୍ଷୁରେ ଭୂମି ଦେଖିବ ନାହିଁ।

13ଆହୁରି, ଆମ୍ଭେ ତାହା ଉପରେ ଆମ୍ଭର ଜାଲ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ; ଆଉ, ଆମ୍ଭେ କଲ୍‍ଦୀୟମାନଙ୍କର ଦେଶ ବାବିଲକୁ ତାହାକୁ ନେଇଯିବା; ଆଉ, ଯଦ୍ୟପି ସେ ସେହି ସ୍ଥାନରେ ମରିବ, ତଥାପି ସେ ତାହା ଦେଖିବ ନାହିଁ।

14ପୁଣି, ତାହାର ସାହାଯ୍ୟ କରିବାକୁ ଯେଉଁମାନେ ତାହାର ଚତୁର୍ଦ୍ଦିଗରେ ଅଛନ୍ତି, ସେମାନଙ୍କୁ ଓ ତାହାର ସୈନ୍ୟଦଳ ସମସ୍ତଙ୍କୁ ଆମ୍ଭେ ସବୁ ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ପଶ୍ଚାତ ଆମ୍ଭେ ଖଡ୍ଗ ନିଷ୍କୋଷ କରିବା।

15ଆଉ, ଯେତେବେଳେ ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶ ମଧ୍ୟରେ ସେମାନଙ୍କୁ ଏଣେତେଣେ ବିକ୍ଷିପ୍ତ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.