14ପୁଣି, ତାହାର ସାହାଯ୍ୟ କରିବାକୁ ଯେଉଁମାନେ ତାହାର ଚତୁର୍ଦ୍ଦିଗରେ ଅଛନ୍ତି, ସେମାନଙ୍କୁ ଓ ତାହାର ସୈନ୍ୟଦଳ ସମସ୍ତଙ୍କୁ ଆମ୍ଭେ ସବୁ ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ପଶ୍ଚାତ ଆମ୍ଭେ ଖଡ୍ଗ ନିଷ୍କୋଷ କରିବା।
15ଆଉ, ଯେତେବେଳେ ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶ ମଧ୍ୟରେ ସେମାନଙ୍କୁ ଏଣେତେଣେ ବିକ୍ଷିପ୍ତ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
16ମାତ୍ର ଆମ୍ଭେ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବା, ତହିଁରେ ସେମାନେ ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟକୁ ଯିବେ, ସେମାନଙ୍କ ନିକଟରେ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟାସକଳ ପ୍ରକାଶ କରିବେ; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
17ଆହୁରି ସଦାପ୍ରଭୁଙ୍କ ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ପୁଣି ସେ ମୋତେ କହିଲେ,
18“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କମ୍ପି କମ୍ପି ଆପଣା ଆହାର ଭୋଜନ କର, ଆଉ ଥରି ଥରି ଓ ଚିନ୍ତିତ ହୋଇ ଆପଣା ଜଳ ପାନ କର;