19ପୁଣି, ଦେଶର ଲୋକମାନଙ୍କୁ କୁହ, ଯିରୂଶାଲମ ନିବାସୀମାନଙ୍କର ଓ ଇସ୍ରାଏଲ ଦେଶର ବିଷୟରେ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ସେମାନେ ଚିନ୍ତିତ ହୋଇ ଆପଣା ଆପଣା ଆହାର ଭୋଜନ କରିବେ ଓ ବିସ୍ମିତ ହୋଇ ଆପଣା ଆପଣାର ଜଳ ପାନ କରିବେ, କାରଣ ନିବାସୀମାନଙ୍କର ଦୌରାତ୍ମ୍ୟ ସକାଶୁ ସେମାନଙ୍କ ଦେଶ ଓ ତନ୍ମଧ୍ୟସ୍ଥିତ ସର୍ବସ୍ୱରୁ ଶୂନ୍ୟ ହେବ।
20ଆଉ, ବସତିବିଶିଷ୍ଟ ନଗରସବୁ ନଷ୍ଟ ଓ ଦେଶ ଧ୍ୱଂସସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
21ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
22“ହେ ମନୁଷ୍ୟ-ସନ୍ତାନ, ‘କାଳ ବିଳମ୍ବ ହେଉଅଛି, ପ୍ରତ୍ୟେକ ଦର୍ଶନ ବିଫଳ ହେଉଅଛି ବୋଲି ତୁମ୍ଭେମାନେ ଇସ୍ରାଏଲ ଦେଶରେ ଯେଉଁ ପ୍ରବାଦ ଶୁଣିଅଛ, ତାହା କି?’
23ଏହେତୁ ସେମାନଙ୍କୁ କୁହ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଏହି ପ୍ରବାଦ ଲୋପ କରିବା ଓ ଇସ୍ରାଏଲ ମଧ୍ୟରେ ଲୋକମାନେ ପ୍ରବାଦ ରୂପେ ଆଉ ତାହା ବ୍ୟବହାର କରିବେ ନାହିଁ;’ ମାତ୍ର ସେମାନଙ୍କୁ କୁହ, ସମୟ ଓ ପ୍ରତ୍ୟେକ ଦର୍ଶନର ସଫଳତା ସନ୍ନିକଟ।