23ଏହେତୁ ସେମାନଙ୍କୁ କୁହ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଏହି ପ୍ରବାଦ ଲୋପ କରିବା ଓ ଇସ୍ରାଏଲ ମଧ୍ୟରେ ଲୋକମାନେ ପ୍ରବାଦ ରୂପେ ଆଉ ତାହା ବ୍ୟବହାର କରିବେ ନାହିଁ;’ ମାତ୍ର ସେମାନଙ୍କୁ କୁହ, ସମୟ ଓ ପ୍ରତ୍ୟେକ ଦର୍ଶନର ସଫଳତା ସନ୍ନିକଟ।
24କାରଣ ଅସାର ଦର୍ଶନ ଓ ଚାଟୁବାଦର ମନ୍ତ୍ର ତନ୍ତ୍ର ଇସ୍ରାଏଲ ବଂଶ ମଧ୍ୟରେ ଆଉ ରହିବ ନାହିଁ।
25କାରଣ ଆମ୍ଭେ ସଦାପ୍ରଭୁ; ଆମ୍ଭେ କଥା କହିବା ଓ ଯେଉଁ କଥା ଆମ୍ଭେ କହିବା, ତାହା ସଫଳ ହେବ; ଆଉ, ବିଳମ୍ବ ହେବ ନାହିଁ; କାରଣ ହେ ବିଦ୍ରୋହୀ ବଂଶ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ବର୍ତ୍ତମାନ କାଳରେ କଥା କହିବା ଓ ତାହା ସଫଳ କରିବା।”
26ପୁନର୍ବାର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
27“ହେ ମନୁଷ୍ୟ-ସନ୍ତାନ, ଦେଖ, ଇସ୍ରାଏଲ ବଂଶୀୟ ଲୋକମାନେ କହନ୍ତି, ସେ ଲୋକ ଯେଉଁ ଦର୍ଶନ ପାଏ, ତାହା ଅନେକ ବିଳମ୍ବର କଥା ଓ ସେ ଅତି ଦୂରବର୍ତ୍ତୀ କାଳର ବିଷୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଅଛି।