ଯିହିଜିକଲ 12

ପୁନର୍ବାର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

Ezekiel 12:26 (UKJV) Again the word of the LORD came to me, saying.

24କାରଣ ଅସାର ଦର୍ଶନ ଓ ଚାଟୁବାଦର ମନ୍ତ୍ର ତନ୍ତ୍ର ଇସ୍ରାଏଲ ବଂଶ ମଧ୍ୟରେ ଆଉ ରହିବ ନାହିଁ।

25କାରଣ ଆମ୍ଭେ ସଦାପ୍ରଭୁ; ଆମ୍ଭେ କଥା କହିବା ଓ ଯେଉଁ କଥା ଆମ୍ଭେ କହିବା, ତାହା ସଫଳ ହେବ; ଆଉ, ବିଳମ୍ବ ହେବ ନାହିଁ; କାରଣ ହେ ବିଦ୍ରୋହୀ ବଂଶ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ବର୍ତ୍ତମାନ କାଳରେ କଥା କହିବା ଓ ତାହା ସଫଳ କରିବା।”

26ପୁନର୍ବାର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

27“ହେ ମନୁଷ୍ୟ-ସନ୍ତାନ, ଦେଖ, ଇସ୍ରାଏଲ ବଂଶୀୟ ଲୋକମାନେ କହନ୍ତି, ସେ ଲୋକ ଯେଉଁ ଦର୍ଶନ ପାଏ, ତାହା ଅନେକ ବିଳମ୍ବର କଥା ଓ ସେ ଅତି ଦୂରବର୍ତ୍ତୀ କାଳର ବିଷୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଅଛି।

28ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭ ବାକ୍ୟର କୌଣସି କଥା ଆଉ ବିଳମ୍ବ ନୋହିବ, ମାତ୍ର ଆମ୍ଭେ ଯେଉଁ ବାକ୍ୟ କହିବା, ତାହା ସଫଳ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.