25କାରଣ ଆମ୍ଭେ ସଦାପ୍ରଭୁ; ଆମ୍ଭେ କଥା କହିବା ଓ ଯେଉଁ କଥା ଆମ୍ଭେ କହିବା, ତାହା ସଫଳ ହେବ; ଆଉ, ବିଳମ୍ବ ହେବ ନାହିଁ; କାରଣ ହେ ବିଦ୍ରୋହୀ ବଂଶ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ବର୍ତ୍ତମାନ କାଳରେ କଥା କହିବା ଓ ତାହା ସଫଳ କରିବା।”
26ପୁନର୍ବାର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
27“ହେ ମନୁଷ୍ୟ-ସନ୍ତାନ, ଦେଖ, ଇସ୍ରାଏଲ ବଂଶୀୟ ଲୋକମାନେ କହନ୍ତି, ସେ ଲୋକ ଯେଉଁ ଦର୍ଶନ ପାଏ, ତାହା ଅନେକ ବିଳମ୍ବର କଥା ଓ ସେ ଅତି ଦୂରବର୍ତ୍ତୀ କାଳର ବିଷୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଅଛି।
28ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭ ବାକ୍ୟର କୌଣସି କଥା ଆଉ ବିଳମ୍ବ ନୋହିବ, ମାତ୍ର ଆମ୍ଭେ ଯେଉଁ ବାକ୍ୟ କହିବା, ତାହା ସଫଳ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”