ଯିହିଜିକଲ 12

ତୁମ୍ଭେ ଦିନ ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଆପଣା ସମ୍ବଳ ବାହାର କରି ଆଣିବ; ଆଉ, ଲୋକେ ଯେପରି ନିର୍ବାସାର୍ଥେ ପ୍ରସ୍ଥାନ କରନ୍ତି, ସେହିପରି ତୁମ୍ଭେ ସନ୍ଧ୍ୟା ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନ କରିବ।

Ezekiel 12:4 (UKJV) Then shall you bring forth your stuff by day in their sight, as stuff for removing: and you shall go forth at even in their sight, as they that go forth into captivity.

2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବିଦ୍ରୋହୀ ଲୋକମାନଙ୍କ ମଧ୍ୟରେ ବାସ କରୁଅଛ, ସେମାନଙ୍କର ଦେଖିବା ପାଇଁ ଚକ୍ଷୁ ଅଛି, ମାତ୍ର ଦେଖନ୍ତି ନାହିଁ, ସେମାନଙ୍କର ଶୁଣିବା ପାଇଁ କର୍ଣ୍ଣ ଅଛି, ମାତ୍ର ଶୁଣନ୍ତି ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ।

3ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ନିର୍ବାସନ ନିମନ୍ତେ କରିବା ପାଇଁ ସମ୍ବଳ ପ୍ରସ୍ତୁତ କର, ଆଉ ସେମାନଙ୍କ ସାକ୍ଷାତରେ ଦିନ ବେଳେ ପ୍ରସ୍ଥାନ କର, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସ୍ୱ ସ୍ଥାନରୁ ଅନ୍ୟ ସ୍ଥାନକୁ ପ୍ରସ୍ଥାନ କରିବ। ହୋଇପାରେ, ବିଦ୍ରୋହୀ ବଂଶ ହେଲେ ହେଁ ସେମାନେ ବିବେଚନା କରିବେ।

4ତୁମ୍ଭେ ଦିନ ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଆପଣା ସମ୍ବଳ ବାହାର କରି ଆଣିବ; ଆଉ, ଲୋକେ ଯେପରି ନିର୍ବାସାର୍ଥେ ପ୍ରସ୍ଥାନ କରନ୍ତି, ସେହିପରି ତୁମ୍ଭେ ସନ୍ଧ୍ୟା ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନ କରିବ।

5ତୁମ୍ଭେ ସେମାନଙ୍କ ସାକ୍ଷାତରେ କାନ୍ଥ ଖୋଳ ଓ ତାହା ମଧ୍ୟଦେଇ ତୁମ୍ଭର ଜିନିଷ ସହ ତୁମ୍ଭେ ବାହାରି ଯାଅ।

6ସେମାନଙ୍କ ସାକ୍ଷାତରେ ତୁମ୍ଭର ଜିନିଷ ଆପଣା କାନ୍ଧରେ ବହିବ ଓ ଅନ୍ଧକାର ବେଳେ ତାହା ନେଇଯିବ; ତୁମ୍ଭେ ଯେପରି ଭୂମି ନ ଦେଖିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ; କାରଣ ଇସ୍ରାଏଲ ବଂଶ ପ୍ରତି ଏକ ଚିହ୍ନସ୍ୱରୂପ କରି ଆମ୍ଭେ ତୁମ୍ଭକୁ ରଖିଅଛୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.