7ତହିଁରେ ମୁଁ ସେହି ଆଜ୍ଞା ପ୍ରମାଣେ କାର୍ଯ୍ୟ କଲି; ମୁଁ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଦିନ ବେଳେ ଆପଣା ସମ୍ବଳ ବାହାର କରି ଆଣିଲି ଓ ସନ୍ଧ୍ୟା ବେଳେ ନିଜ ହସ୍ତରେ କାନ୍ଥ ଖୋଳିଲି; ମୁଁ ଅନ୍ଧକାର ବେଳେ ତାହା ବାହାର କରି ସେମାନଙ୍କ ସାକ୍ଷାତରେ ଆପଣା କାନ୍ଧରେ ବୋହି ନେଲି।
8ପୁଣି, ପ୍ରଭାତ କାଳରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
9“ହେ ମନୁଷ୍ୟ-ସନ୍ତାନ, ‘ତୁମ୍ଭେ କʼଣ କରୁଅଛ’ ବୋଲି ଇସ୍ରାଏଲ ବଂଶ, ସେହି ବିଦ୍ରୋହୀ ବଂଶ କି ତୁମ୍ଭକୁ ପଚାରି ନାହାନ୍ତି?
10ତୁମ୍ଭେ ସେମାନଙ୍କୁ କୁହ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏହି ଭାର ଯିରୂଶାଲମସ୍ଥ ଅଧିପତିର ଓ ସେମାନେ ଯେଉଁମାନଙ୍କ ମଧ୍ୟରେ ଅଛନ୍ତି, ସେହି ସମୁଦାୟ ଇସ୍ରାଏଲ ବଂଶର ସମ୍ପର୍କୀୟ ଅଟେ।’
11ତୁମ୍ଭେ କୁହ, ମୁଁ ତୁମ୍ଭମାନଙ୍କର ଚିହ୍ନସ୍ୱରୂପ ଅଟେ: ‘ମୁଁ ଯେପରି କଲି, ସେମାନଙ୍କ ପ୍ରତି ସେହିପରି କରାଯିବ; ସେମାନେ ନିର୍ବାସିତ ହୋଇ ବନ୍ଦୀତ୍ୱ ସ୍ଥାନକୁ ଯିବେ।’