ଯିହିଜିକଲ 13

ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ପୁଣି ସେ ମୋତେ କହିଲେ,

Ezekiel 13:1 (UKJV) And the word of the LORD came unto me, saying,

1ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ପୁଣି ସେ ମୋତେ କହିଲେ,

2“ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର; ଆଉ, ଯେଉଁମାନେ ନିଜ ହୃଦୟରୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;’

3ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ମୂଢ଼ ଭବିଷ୍ୟଦ୍‍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍‍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.