10ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି’ ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି,
11ଏଥିପାଇଁ, ବିଶେଷ ରୂପେ ଅମିଶ୍ରିତ ମସଲାରେ କାନ୍ଥ ଲେପନକାରୀମାନଙ୍କୁ କୁହ ଯେ, ତାହା ପଡ଼ିଯିବ; ପ୍ଲାବନକାରୀ ବୃଷ୍ଟି ହେବ; ହେ ବୃହତ ଶିଳାସକଳ, ତୁମ୍ଭେମାନେ ବୃଷ୍ଟି ହେବ ଓ ପ୍ରଚଣ୍ଡ ବାୟୁ ତାହା ବିଦାରଣ କରିବ।
12ଦେଖ, କାନ୍ଥ ଯେତେବେଳେ ପଡ଼ିଯିବ, ସେତେବେଳେ ତୁମ୍ଭମାନଙ୍କୁ କି କୁହା ନ ଯିବ, ତୁମ୍ଭେମାନେ ଯାହା ଦେଇ ଲେପନ କରିଥିଲ, ସେହି ପ୍ରଲେପ କାହିଁ?
13ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା କୋପରେ ପ୍ରଚଣ୍ଡ ବାୟୁ ଦ୍ୱାରା ତାହା ବିଦାରଣ କରିବା; ଆମ୍ଭ କ୍ରୋଧରେ ପ୍ଲାବନକାରୀ ବୃଷ୍ଟି ହେବ ଓ କୋପରେ ବୃହତ ବୃହତ ଶିଳାବୃଷ୍ଟି ହୋଇ ତାହା ବିନଷ୍ଟ କରିବ।
14ଏହିରୂପେ ତୁମ୍ଭେମାନେ ଅମିଶ୍ରିତ ମସଲାରେ ଯେଉଁ କାନ୍ଥ ଲେପନ କରିଅଛ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ତାହା ଭୂମିସାତ୍ କରିବା, ତହିଁରେ ତାହାର ଭିତ୍ତିମୂଳ ଅନାବୃତ ହେବ; ଆଉ, ତାହା ପଡ଼ିଯିବ ଓ ତୁମ୍ଭେମାନେ ତହିଁ ମଧ୍ୟରେ ବିନଷ୍ଟ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।