ଯିହିଜିକଲ 13

ଏହି ପ୍ରକାରେ ଆମ୍ଭେ ସେହି କାନ୍ଥ ଉପରେ ଓ ଯେଉଁମାନେ ଅମିଶ୍ରିତ ମସଲାରେ ତାହା ଲେପନ କରିଅଛନ୍ତି, ସେମାନଙ୍କ ଉପରେ ଆପଣା କୋପ ସଫଳ କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ କହିବା, ସେହି କାନ୍ଥ ଆଉ ନାହିଁ ଓ ତାହା ଲେପନକାରୀମାନେ,

Ezekiel 13:15 (UKJV) Thus will I accomplish my wrath upon the wall, and upon them that have daubed it with plaster, and will say unto you, The wall is no more, neither they that daubed it;

13ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା କୋପରେ ପ୍ରଚଣ୍ଡ ବାୟୁ ଦ୍ୱାରା ତାହା ବିଦାରଣ କରିବା; ଆମ୍ଭ କ୍ରୋଧରେ ପ୍ଲାବନକାରୀ ବୃଷ୍ଟି ହେବ ଓ କୋପରେ ବୃହତ ବୃହତ ଶିଳାବୃଷ୍ଟି ହୋଇ ତାହା ବିନଷ୍ଟ କରିବ।

14ଏହିରୂପେ ତୁମ୍ଭେମାନେ ଅମିଶ୍ରିତ ମସଲାରେ ଯେଉଁ କାନ୍ଥ ଲେପନ କରିଅଛ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ତାହା ଭୂମିସାତ୍‍ କରିବା, ତହିଁରେ ତାହାର ଭିତ୍ତିମୂଳ ଅନାବୃତ ହେବ; ଆଉ, ତାହା ପଡ଼ିଯିବ ଓ ତୁମ୍ଭେମାନେ ତହିଁ ମଧ୍ୟରେ ବିନଷ୍ଟ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

15ଏହି ପ୍ରକାରେ ଆମ୍ଭେ ସେହି କାନ୍ଥ ଉପରେ ଓ ଯେଉଁମାନେ ଅମିଶ୍ରିତ ମସଲାରେ ତାହା ଲେପନ କରିଅଛନ୍ତି, ସେମାନଙ୍କ ଉପରେ ଆପଣା କୋପ ସଫଳ କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ କହିବା, ସେହି କାନ୍ଥ ଆଉ ନାହିଁ ଓ ତାହା ଲେପନକାରୀମାନେ,

16ଅର୍ଥାତ୍‍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍‍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

17ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ଯେଉଁ କନ୍ୟାଗଣ ଆପଣା ଆପଣା ହୃଦୟରୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖ ଓ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.