ଯିହିଜିକଲ 13

ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ଯେଉଁ କନ୍ୟାଗଣ ଆପଣା ଆପଣା ହୃଦୟରୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖ ଓ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ,

Ezekiel 13:17 (UKJV) Likewise, you son of man, set your face against the daughters of your people, which prophesy out of their own heart; and prophesy you against them,

15ଏହି ପ୍ରକାରେ ଆମ୍ଭେ ସେହି କାନ୍ଥ ଉପରେ ଓ ଯେଉଁମାନେ ଅମିଶ୍ରିତ ମସଲାରେ ତାହା ଲେପନ କରିଅଛନ୍ତି, ସେମାନଙ୍କ ଉପରେ ଆପଣା କୋପ ସଫଳ କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ କହିବା, ସେହି କାନ୍ଥ ଆଉ ନାହିଁ ଓ ତାହା ଲେପନକାରୀମାନେ,

16ଅର୍ଥାତ୍‍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍‍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

17ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ଯେଉଁ କନ୍ୟାଗଣ ଆପଣା ଆପଣା ହୃଦୟରୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖ ଓ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ,

18ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ତ୍ରୀମାନେ ପ୍ରାଣ ମୃଗୟାର୍ଥେ ସବୁ କହୁଣୀ ଉପରେ ମୁଚୁଳା ସିଲାଇ କରନ୍ତି ଓ ସର୍ବଆକୃତିର ଲୋକଙ୍କ ମସ୍ତକ ନିମନ୍ତେ ଆବରଣୀ ପ୍ରସ୍ତୁତ କରନ୍ତି, ସେମାନେ ସନ୍ତାପର ପାତ୍ରୀ! ତୁମ୍ଭେମାନେ କି ଆମ୍ଭ ଲୋକମାନଙ୍କ ପ୍ରାଣକୁ ମୃଗୟା କରି ଆପଣାମାନଙ୍କ ନିମନ୍ତେ ପ୍ରାଣ ଜୀଅନ୍ତା ରଖିବ?

19ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.