18ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ତ୍ରୀମାନେ ପ୍ରାଣ ମୃଗୟାର୍ଥେ ସବୁ କହୁଣୀ ଉପରେ ମୁଚୁଳା ସିଲାଇ କରନ୍ତି ଓ ସର୍ବଆକୃତିର ଲୋକଙ୍କ ମସ୍ତକ ନିମନ୍ତେ ଆବରଣୀ ପ୍ରସ୍ତୁତ କରନ୍ତି, ସେମାନେ ସନ୍ତାପର ପାତ୍ରୀ! ତୁମ୍ଭେମାନେ କି ଆମ୍ଭ ଲୋକମାନଙ୍କ ପ୍ରାଣକୁ ମୃଗୟା କରି ଆପଣାମାନଙ୍କ ନିମନ୍ତେ ପ୍ରାଣ ଜୀଅନ୍ତା ରଖିବ?
19ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।
20ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଆପଣାମାନଙ୍କର ଯେଉଁ ମୁଚୁଳା ଦ୍ୱାରା ପ୍ରାଣୀମାନଙ୍କୁ ଉଡ଼ାଇ ଶିକାର କରୁଅଛ, ଆମ୍ଭେ ତହିଁର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ଭୁଜରୁ ସେହି ସବୁ ମୁଚୁଳା ଚିରି ପକାଇବା; ଆଉ, ଆମ୍ଭେ ପ୍ରାଣୀମାନଙ୍କୁ, ଅର୍ଥାତ୍, ତୁମ୍ଭେମାନେ ଯେଉଁ ପ୍ରାଣୀମାନଙ୍କୁ ଉଡ଼ାଇ ମୃଗୟା କରୁଅଛ, ଆମ୍ଭେ ସେମାନଙ୍କୁ ମୁକ୍ତ କରିଦେବା।
21ମଧ୍ୟ ଆମ୍ଭେ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବା ଓ ଆମ୍ଭ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା, ସେମାନେ ମୃଗୟାକୃତ ହେବା ନିମନ୍ତେ, ଆଉ ତୁମ୍ଭମାନଙ୍କ ହସ୍ତଗତ ହେବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
22ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;