ଯିହିଜିକଲ 13

ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;

Ezekiel 13:22 (UKJV) Because with lies all of you have made the heart of the righteous sad, whom I have not made sad; and strengthened the hands of the wicked, that he should not return from his wicked way, by promising him life:

20ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଆପଣାମାନଙ୍କର ଯେଉଁ ମୁଚୁଳା ଦ୍ୱାରା ପ୍ରାଣୀମାନଙ୍କୁ ଉଡ଼ାଇ ଶିକାର କରୁଅଛ, ଆମ୍ଭେ ତହିଁର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ଭୁଜରୁ ସେହି ସବୁ ମୁଚୁଳା ଚିରି ପକାଇବା; ଆଉ, ଆମ୍ଭେ ପ୍ରାଣୀମାନଙ୍କୁ, ଅର୍ଥାତ୍‍, ତୁମ୍ଭେମାନେ ଯେଉଁ ପ୍ରାଣୀମାନଙ୍କୁ ଉଡ଼ାଇ ମୃଗୟା କରୁଅଛ, ଆମ୍ଭେ ସେମାନଙ୍କୁ ମୁକ୍ତ କରିଦେବା।

21ମଧ୍ୟ ଆମ୍ଭେ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବା ଓ ଆମ୍ଭ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା, ସେମାନେ ମୃଗୟାକୃତ ହେବା ନିମନ୍ତେ, ଆଉ ତୁମ୍ଭମାନଙ୍କ ହସ୍ତଗତ ହେବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

22ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;

23ଏସକାଶୁ ତୁମ୍ଭେମାନେ ଅସାର ଦର୍ଶନ ଆଉ ଦେଖିବ ନାହିଁ, କିଅବା ମନ୍ତ୍ର ପଢ଼ିବ ନାହିଁ; ପୁଣି, ଆମ୍ଭେ ଆପଣା ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.