ଯିହିଜିକଲ 13

ତୁମ୍ଭେମାନେ ପ୍ରାଚୀରର ଭଗ୍ନସ୍ଥାନର ଉପରକୁ ଯାଇ ନାହଁ, କିଅବା ସଦାପ୍ରଭୁଙ୍କ ଦିନରେ ସଂଗ୍ରାମରେ ଠିଆ ହେବା ନିମନ୍ତେ ଇସ୍ରାଏଲ ବଂଶ ପାଇଁ ବେଢ଼ା ଦୃଢ଼ କରି ନାହଁ।

Ezekiel 13:5 (UKJV) All of you have not gone up into the gaps, neither made up the hedge for the house of Israel to stand in the battle in the day of the LORD.

3ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ମୂଢ଼ ଭବିଷ୍ୟଦ୍‍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍‍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।

4ହେ ଇସ୍ରାଏଲ, ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ଉଜଡ଼ା ସ୍ଥାନର ବିଲୁଆ ତୁଲ୍ୟ ହୋଇଅଛନ୍ତି।

5ତୁମ୍ଭେମାନେ ପ୍ରାଚୀରର ଭଗ୍ନସ୍ଥାନର ଉପରକୁ ଯାଇ ନାହଁ, କିଅବା ସଦାପ୍ରଭୁଙ୍କ ଦିନରେ ସଂଗ୍ରାମରେ ଠିଆ ହେବା ନିମନ୍ତେ ଇସ୍ରାଏଲ ବଂଶ ପାଇଁ ବେଢ଼ା ଦୃଢ଼ କରି ନାହଁ।

6‘ସଦାପ୍ରଭୁ ଏହି କଥା କହନ୍ତି’ ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି, ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।

7ଆମ୍ଭେ କଥା ନ କହିଲେ ହେଁ, ‘ସଦାପ୍ରଭୁ କହନ୍ତି’ ବୋଲି କହୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ଅସାର ଦର୍ଶନ ପାଇ ନାହଁ ଓ ତୁମ୍ଭେମାନେ କି ମିଥ୍ୟା ମନ୍ତ୍ର ଉଚ୍ଚାରଣ କରି ନାହଁ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.