ଯିହିଜିକଲ 13

ଆମ୍ଭେ କଥା ନ କହିଲେ ହେଁ, ‘ସଦାପ୍ରଭୁ କହନ୍ତି’ ବୋଲି କହୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ଅସାର ଦର୍ଶନ ପାଇ ନାହଁ ଓ ତୁମ୍ଭେମାନେ କି ମିଥ୍ୟା ମନ୍ତ୍ର ଉଚ୍ଚାରଣ କରି ନାହଁ?”

Ezekiel 13:7 (UKJV) Have all of you not seen a vain vision, and have all of you not spoken a lying divination, whereas all of you say, The LORD says it; although it be I have not spoken?

5ତୁମ୍ଭେମାନେ ପ୍ରାଚୀରର ଭଗ୍ନସ୍ଥାନର ଉପରକୁ ଯାଇ ନାହଁ, କିଅବା ସଦାପ୍ରଭୁଙ୍କ ଦିନରେ ସଂଗ୍ରାମରେ ଠିଆ ହେବା ନିମନ୍ତେ ଇସ୍ରାଏଲ ବଂଶ ପାଇଁ ବେଢ଼ା ଦୃଢ଼ କରି ନାହଁ।

6‘ସଦାପ୍ରଭୁ ଏହି କଥା କହନ୍ତି’ ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି, ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।

7ଆମ୍ଭେ କଥା ନ କହିଲେ ହେଁ, ‘ସଦାପ୍ରଭୁ କହନ୍ତି’ ବୋଲି କହୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ଅସାର ଦର୍ଶନ ପାଇ ନାହଁ ଓ ତୁମ୍ଭେମାନେ କି ମିଥ୍ୟା ମନ୍ତ୍ର ଉଚ୍ଚାରଣ କରି ନାହଁ?”

8ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେମାନେ ଅସାର ବାକ୍ୟ କହିଅଛ ଓ ମିଥ୍ୟା ଦର୍ଶନ ପାଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳ ଅଟୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

9ପୁଣି, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.