6‘ସଦାପ୍ରଭୁ ଏହି କଥା କହନ୍ତି’ ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି, ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।
7ଆମ୍ଭେ କଥା ନ କହିଲେ ହେଁ, ‘ସଦାପ୍ରଭୁ କହନ୍ତି’ ବୋଲି କହୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ଅସାର ଦର୍ଶନ ପାଇ ନାହଁ ଓ ତୁମ୍ଭେମାନେ କି ମିଥ୍ୟା ମନ୍ତ୍ର ଉଚ୍ଚାରଣ କରି ନାହଁ?”
8ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେମାନେ ଅସାର ବାକ୍ୟ କହିଅଛ ଓ ମିଥ୍ୟା ଦର୍ଶନ ପାଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳ ଅଟୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
9ପୁଣି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
10ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି’ ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି,