ଯିହିଜିକଲ 14

ତହିଁରେ ଇସ୍ରାଏଲ ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞାଲଙ୍ଘନ ଦ୍ୱାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

Ezekiel 14:11 (UKJV) That the house of Israel may go no more astray from me, neither be polluted any more with all their transgressions; but that they may be my people, and I may be their God, says the Lord GOD.

9ଆଉ, ଭବିଷ୍ୟଦ୍‍ବକ୍ତା ଭ୍ରାନ୍ତ ହୋଇ ଯଦି କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍‍ବକ୍ତାଙ୍କୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା।

10ପୁଣି, ସେମାନେ ଆପଣା ଆପଣା ଅଧର୍ମର ଭାର ବୋହିବେ; ଭବିଷ୍ୟଦ୍‍ବକ୍ତାର ଅଧର୍ମ ଓ ତାହାର ଅନ୍ୱେଷଣକାରୀର ଅଧର୍ମ ଏକ ସମାନ ହେବ;

11ତହିଁରେ ଇସ୍ରାଏଲ ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞାଲଙ୍ଘନ ଦ୍ୱାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

12ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

13“ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ-ଲଙ୍ଘନ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.