ଯିହିଜିକଲ 14

“ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ-ଲଙ୍ଘନ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;

Ezekiel 14:13 (UKJV) Son of man, when the land sins against me by trespassing grievously, then will I stretch out mine hand upon it, and will break the staff of the bread thereof, and will send famine upon it, and will cut off man and beast from it:

11ତହିଁରେ ଇସ୍ରାଏଲ ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞାଲଙ୍ଘନ ଦ୍ୱାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

12ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

13“ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ-ଲଙ୍ଘନ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;

14ସେତେବେଳେ ନୋହ, ଦାନିୟେଲ ଓ ଆୟୁବ, ଏହି ତିନି ବ୍ୟକ୍ତି ଯଦି ତହିଁ ମଧ୍ୟରେ ଥାʼନ୍ତେ, ତେବେ ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା ଆପଣା ପ୍ରାଣ ମାତ୍ର ରକ୍ଷା କରନ୍ତେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

15ଆମ୍ଭେ ଯଦି ଦେଶ ମଧ୍ୟରେ ହିଂସ୍ରକ ପଶୁଗଣକୁ ଗତାୟାତ କରାଉ, ଆଉ ସେମାନେ ତାହା ଏରୂପ ବିନଷ୍ଟ କରନ୍ତି ଯେ, ଦେଶ ଧ୍ୱଂସର ସ୍ଥାନ ହୁଏ ଓ ପଶୁମାନଙ୍କ ଭୟରେ କୌଣସି ମନୁଷ୍ୟ ତହିଁ ମଧ୍ୟରେ ଗତାୟାତ ନ କରେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.