15ଆମ୍ଭେ ଯଦି ଦେଶ ମଧ୍ୟରେ ହିଂସ୍ରକ ପଶୁଗଣକୁ ଗତାୟାତ କରାଉ, ଆଉ ସେମାନେ ତାହା ଏରୂପ ବିନଷ୍ଟ କରନ୍ତି ଯେ, ଦେଶ ଧ୍ୱଂସର ସ୍ଥାନ ହୁଏ ଓ ପଶୁମାନଙ୍କ ଭୟରେ କୌଣସି ମନୁଷ୍ୟ ତହିଁ ମଧ୍ୟରେ ଗତାୟାତ ନ କରେ;
16ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ; କେବଳ ସେମାନେ ଉଦ୍ଧାର ପାଇବେ, ମାତ୍ର ଦେଶ ଧ୍ୱଂସସ୍ଥାନ ହେବ।
17ଅଥବା ଆମ୍ଭେ ଯଦି ସେହି ଦେଶ ବିରୁଦ୍ଧରେ ଖଡ୍ଗ ଆଣୁ, ଆଉ ଆଜ୍ଞା କରୁ, ‘ହେ ଖଡ୍ଗ, ଦେଶ ମଧ୍ୟଦେଇ ଗମନ କର’ ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ,
18ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ, ମାତ୍ର କେବଳ ନିଜେ ନିଜେ ଉଦ୍ଧାର ପ୍ରାପ୍ତ ହେବେ।
19ଅଥବା ଆମ୍ଭେ ଯଦି ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ;