18ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ, ମାତ୍ର କେବଳ ନିଜେ ନିଜେ ଉଦ୍ଧାର ପ୍ରାପ୍ତ ହେବେ।
19ଅଥବା ଆମ୍ଭେ ଯଦି ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ;
20ତେବେ ନୋହ, ଦାନିୟେଲ ଓ ଆୟୁବ ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାକୁ ଉଦ୍ଧାର କରି ପାରିବେ ନାହିଁ; ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା କେବଳ ନିଜ ନିଜ ପ୍ରାଣ ଉଦ୍ଧାର କରିବେ।
21କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ?
22ତଥାପି ଦେଖ, ତହିଁ ମଧ୍ୟରେ ପୁତ୍ର ଓ କନ୍ୟାଗଣ ଉଭୟର ଅବଶିଷ୍ଟାଂଶ ରହି ବାହାରେ ଅଣାଯିବେ; ଦେଖ, ସେମାନେ ତୁମ୍ଭମାନଙ୍କ ନିକଟକୁ ଆସିବେ ଓ ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟାସକଳ ଦେଖିବ; ପୁଣି, ଆମ୍ଭେ ଯିରୂଶାଲମ ଉପରେ ଯେଉଁ ଅମଙ୍ଗଳ ଘଟାଇଅଛୁ, ତାହା ପ୍ରତି ଯେସକଳ ବର୍ତ୍ତାଇଅଛୁ, ତହିଁ ବିଷୟରେ ତୁମ୍ଭେମାନେ ସାନ୍ତ୍ୱନା ପାଇବ।