ଯିହିଜିକଲ 14

ଆଉ, ସେମାନେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବେ, ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟା ଦେଖିଲେ ଜାଣିବ ଯେ, ଆମ୍ଭେ ତହିଁ ମଧ୍ୟରେ ଯାହା ଯାହା କରିଅଛୁ, ସେହି ସବୁ ଅକାରଣରେ କରି ନାହୁଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

Ezekiel 14:23 (UKJV) And they shall comfort you, when all of you see their ways and their doings: and all of you shall know that I have not done without cause all that I have done in it, says the Lord GOD.

21କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ?

22ତଥାପି ଦେଖ, ତହିଁ ମଧ୍ୟରେ ପୁତ୍ର ଓ କନ୍ୟାଗଣ ଉଭୟର ଅବଶିଷ୍ଟାଂଶ ରହି ବାହାରେ ଅଣାଯିବେ; ଦେଖ, ସେମାନେ ତୁମ୍ଭମାନଙ୍କ ନିକଟକୁ ଆସିବେ ଓ ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟାସକଳ ଦେଖିବ; ପୁଣି, ଆମ୍ଭେ ଯିରୂଶାଲମ ଉପରେ ଯେଉଁ ଅମଙ୍ଗଳ ଘଟାଇଅଛୁ, ତାହା ପ୍ରତି ଯେସକଳ ବର୍ତ୍ତାଇଅଛୁ, ତହିଁ ବିଷୟରେ ତୁମ୍ଭେମାନେ ସାନ୍ତ୍ୱନା ପାଇବ।

23ଆଉ, ସେମାନେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବେ, ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟା ଦେଖିଲେ ଜାଣିବ ଯେ, ଆମ୍ଭେ ତହିଁ ମଧ୍ୟରେ ଯାହା ଯାହା କରିଅଛୁ, ସେହି ସବୁ ଅକାରଣରେ କରି ନାହୁଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.