ଯିହିଜିକଲ 14

“ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା?

Ezekiel 14:3 (UKJV) Son of man, these men have set up their idols in their heart, and put the stumbling block of their iniquity before their face: should I be enquired of at all by them?

1ଏଥିଉତ୍ତାରେ ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋʼ ନିକଟକୁ ଆସି ମୋʼ ସମ୍ମୁଖରେ ବସିଲେ।

2ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

3“ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା?

4ଏହେତୁ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ବଂଶର ଯେଉଁ ପ୍ରତ୍ୟେକ ଲୋକ ଆପଣା ଦେବତାକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଭବିଷ୍ୟଦ୍‍ବକ୍ତା ନିକଟକୁ ଆସେ; ସେହି ଲୋକକୁ ଆମ୍ଭେ ସଦାପ୍ରଭୁ ତାହାର ଦେବତାଗଣର ବାହୁଲ୍ୟାନୁସାରେ ତଦ୍‍ବିଷୟରେ ଉତ୍ତର ଦେବା;

5ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.