3“ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା?
4ଏହେତୁ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ବଂଶର ଯେଉଁ ପ୍ରତ୍ୟେକ ଲୋକ ଆପଣା ଦେବତାକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ସେହି ଲୋକକୁ ଆମ୍ଭେ ସଦାପ୍ରଭୁ ତାହାର ଦେବତାଗଣର ବାହୁଲ୍ୟାନୁସାରେ ତଦ୍ବିଷୟରେ ଉତ୍ତର ଦେବା;
5ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।
6ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ।
7କାରଣ ଇସ୍ରାଏଲ ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା।