ଯିହିଜିକଲ 14

ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

Ezekiel 14:8 (UKJV) And I will set my face against that man, and will make him a sign and a proverb, and I will cut him off from the midst of my people; and all of you shall know that I am the LORD.

6ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ।

7କାରଣ ଇସ୍ରାଏଲ ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍‍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା।

8ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

9ଆଉ, ଭବିଷ୍ୟଦ୍‍ବକ୍ତା ଭ୍ରାନ୍ତ ହୋଇ ଯଦି କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍‍ବକ୍ତାଙ୍କୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା।

10ପୁଣି, ସେମାନେ ଆପଣା ଆପଣା ଅଧର୍ମର ଭାର ବୋହିବେ; ଭବିଷ୍ୟଦ୍‍ବକ୍ତାର ଅଧର୍ମ ଓ ତାହାର ଅନ୍ୱେଷଣକାରୀର ଅଧର୍ମ ଏକ ସମାନ ହେବ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.