7କାରଣ ଇସ୍ରାଏଲ ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା।
8ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
9ଆଉ, ଭବିଷ୍ୟଦ୍ବକ୍ତା ଭ୍ରାନ୍ତ ହୋଇ ଯଦି କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍ବକ୍ତାଙ୍କୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା।
10ପୁଣି, ସେମାନେ ଆପଣା ଆପଣା ଅଧର୍ମର ଭାର ବୋହିବେ; ଭବିଷ୍ୟଦ୍ବକ୍ତାର ଅଧର୍ମ ଓ ତାହାର ଅନ୍ୱେଷଣକାରୀର ଅଧର୍ମ ଏକ ସମାନ ହେବ;
11ତହିଁରେ ଇସ୍ରାଏଲ ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞାଲଙ୍ଘନ ଦ୍ୱାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”