9ତହୁଁ ଆମ୍ଭେ ତୁମ୍ଭକୁ ଜଳରେ ସ୍ନାନ କରାଇଲୁ, ହଁ, ଆମ୍ଭେ ସମ୍ପୂର୍ଣ୍ଣ ରୂପେ ତୁମ୍ଭ ଦେହରୁ ତୁମ୍ଭର ରକ୍ତ ଧୋଇ ଦେଲୁ ଓ ଆମ୍ଭେ ତୈଳରେ ତୁମ୍ଭକୁ ମର୍ଦ୍ଦନ କଲୁ।
10ଆହୁରି, ଆମ୍ଭେ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲୁ, ଶିଶୁକ ଚର୍ମର ପାଦୁକା ପିନ୍ଧାଇଲୁ ଓ ଆମ୍ଭେ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର କଟିବନ୍ଧନ କରାଇଲୁ, ପୁଣି, ପଟ୍ଟବସ୍ତ୍ରରେ ବିଭୂଷିତା କଲୁ।
11ଆହୁରି, ଆମ୍ଭେ ଅଳଙ୍କାରରେ ତୁମ୍ଭକୁ ଭୂଷିତା କଲୁ, ତୁମ୍ଭ ହସ୍ତରେ କଙ୍କଣ ଓ ଗଳଦେଶରେ ହାର ଦେଲୁ।
12ପୁଣି, ଆମ୍ଭେ ତୁମ୍ଭ ନାସିକାରେ ନଥ, କର୍ଣ୍ଣରେ କର୍ଣ୍ଣଭୂଷଣ ଓ ମସ୍ତକରେ ସୁନ୍ଦର ମୁକୁଟ ଦେଲୁ।
13ଏରୂପେ ତୁମ୍ଭେ ସୁନା, ରୂପାରେ ବିଭୂଷିତା ହେଲ, ତୁମ୍ଭର ବସ୍ତ୍ର ଶୁଭ୍ର କ୍ଷୌମସୂତ୍ର, ପଟ୍ଟ ଦ୍ୱାରା ନିର୍ମିତ ଓ ଶିଳ୍ପକର୍ମରେ ବିଚିତ୍ର ହେଲା; ତୁମ୍ଭେ ସରୁ ମଇଦା ଓ ମଧୁ ଓ ତୈଳ ଭୋଜନ କଲ। ପୁଣି, ତୁମ୍ଭେ ପରମାସୁନ୍ଦରୀ ହୋଇ ଅବଶେଷରେ ରାଣୀପଦ ପ୍ରାପ୍ତ ହେଲ।