ଯିହିଜିକଲ 16

ପୁଣି, ଆମ୍ଭେ ତୁମ୍ଭ ନାସିକାରେ ନଥ, କର୍ଣ୍ଣରେ କର୍ଣ୍ଣଭୂଷଣ ଓ ମସ୍ତକରେ ସୁନ୍ଦର ମୁକୁଟ ଦେଲୁ।

Ezekiel 16:12 (UKJV) And I put a jewel on your forehead, and earrings in yours ears, and a beautiful crown upon yours head.

10ଆହୁରି, ଆମ୍ଭେ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲୁ, ଶିଶୁକ ଚର୍ମର ପାଦୁକା ପିନ୍ଧାଇଲୁ ଓ ଆମ୍ଭେ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର କଟିବନ୍ଧନ କରାଇଲୁ, ପୁଣି, ପଟ୍ଟବସ୍ତ୍ରରେ ବିଭୂଷିତା କଲୁ।

11ଆହୁରି, ଆମ୍ଭେ ଅଳଙ୍କାରରେ ତୁମ୍ଭକୁ ଭୂଷିତା କଲୁ, ତୁମ୍ଭ ହସ୍ତରେ କଙ୍କଣ ଓ ଗଳଦେଶରେ ହାର ଦେଲୁ।

12ପୁଣି, ଆମ୍ଭେ ତୁମ୍ଭ ନାସିକାରେ ନଥ, କର୍ଣ୍ଣରେ କର୍ଣ୍ଣଭୂଷଣ ଓ ମସ୍ତକରେ ସୁନ୍ଦର ମୁକୁଟ ଦେଲୁ।

13ଏରୂପେ ତୁମ୍ଭେ ସୁନା, ରୂପାରେ ବିଭୂଷିତା ହେଲ, ତୁମ୍ଭର ବସ୍ତ୍ର ଶୁଭ୍ର କ୍ଷୌମସୂତ୍ର, ପଟ୍ଟ ଦ୍ୱାରା ନିର୍ମିତ ଓ ଶିଳ୍ପକର୍ମରେ ବିଚିତ୍ର ହେଲା; ତୁମ୍ଭେ ସରୁ ମଇଦା ଓ ମଧୁ ଓ ତୈଳ ଭୋଜନ କଲ। ପୁଣି, ତୁମ୍ଭେ ପରମାସୁନ୍ଦରୀ ହୋଇ ଅବଶେଷରେ ରାଣୀପଦ ପ୍ରାପ୍ତ ହେଲ।

14ଆଉ, ତୁମ୍ଭ ସୌନ୍ଦର୍ଯ୍ୟର ସୁଖ୍ୟାତି ନାନା ଦେଶରେ ବ୍ୟାପିଲା; କାରଣ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଐଶ୍ୱର୍ଯ୍ୟ ଦ୍ୱାରା ତୁମ୍ଭକୁ ଯେଉଁ ସୌନ୍ଦର୍ଯ୍ୟ ଦେଇଥିଲୁ, ତାହା ସିଦ୍ଧ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.