ଯିହିଜିକଲ 16

ଆହୁରି, ଆମ୍ଭର ସୁନା ଓ ଆମ୍ଭର ରୂପାରେ ନିର୍ମିତ ଯେସକଳ ସୁନ୍ଦର ଆଭରଣ ଆମ୍ଭେ ତୁମ୍ଭକୁ ଦେଇଥିଲୁ, ତୁମ୍ଭେ ତାହା ନେଇ ପୁରୁଷାକୃତି ପ୍ରତିମାଗଣ ନିର୍ମାଣ କରି ସେମାନଙ୍କ ସଙ୍ଗେ ବ୍ୟଭିଚାର କଲ;

Ezekiel 16:17 (UKJV) You have also taken your fair jewels of my gold and of my silver, which I had given you, and made to yourself images of men, and did commit whoredom with them,

15ମାତ୍ର ତୁମ୍ଭେ ଆପଣା ସୌନ୍ଦର୍ଯ୍ୟରେ ନିର୍ଭର କରି ନିଜ ସୁଖ୍ୟାତି ସକାଶୁ ବ୍ୟଭିଚାରିଣୀ ହେଲ, ପୁଣି, ଯେକେହି ତୁମ୍ଭ ନିକଟ ଦେଇ ଗଲା; ତାହା ଉପରେ ତୁମ୍ଭର ବ୍ୟଭିଚାରରୂପ ଜଳ ଢାଳିଲ; ତାହା ତାହାର ଭୋଗ ହେଲା।

16ପୁଣି, ତୁମ୍ଭେ ଆପଣା ବସ୍ତ୍ରର କିଛି କିଛି ନେଇ ଆପଣା ପାଇଁ ନାନା ରଙ୍ଗରେ ଭୂଷିତ ଉଚ୍ଚସ୍ଥଳୀ ନିର୍ମାଣ କଲ ଓ ତହିଁ ଉପରେ ବ୍ୟଭିଚାର କ୍ରିୟା କଲ; ଏପରି କାର୍ଯ୍ୟ ହେବ ନାହିଁ, କିଅବା ହେବାର ହିଁ ଉଚିତ ନୁହେଁ।

17ଆହୁରି, ଆମ୍ଭର ସୁନା ଓ ଆମ୍ଭର ରୂପାରେ ନିର୍ମିତ ଯେସକଳ ସୁନ୍ଦର ଆଭରଣ ଆମ୍ଭେ ତୁମ୍ଭକୁ ଦେଇଥିଲୁ, ତୁମ୍ଭେ ତାହା ନେଇ ପୁରୁଷାକୃତି ପ୍ରତିମାଗଣ ନିର୍ମାଣ କରି ସେମାନଙ୍କ ସଙ୍ଗେ ବ୍ୟଭିଚାର କଲ;

18ପୁଣି, ତୁମ୍ଭେ ଆପଣା ବିଚିତ୍ର ବସ୍ତ୍ରସବୁ ନେଇ ସେମାନଙ୍କୁ ପିନ୍ଧାଇଲ ଓ ସେମାନଙ୍କ ସମ୍ମୁଖରେ ଆମ୍ଭର ତୈଳ ଓ ଆମ୍ଭର ଧୂପ ରଖିଲ।

19ମଧ୍ୟ ସରୁ ମଇଦା, ତୈଳ ଓ ମଧୁ, ଆଦି ଆମ୍ଭର ଯେଉଁ ଖାଦ୍ୟ ଦ୍ୱାରା ଆମ୍ଭେ ତୁମ୍ଭକୁ ପ୍ରତିପାଳନ କଲୁ, ତାହା ତୁମ୍ଭେ ସୌରଭାର୍ଥେ ସେମାନଙ୍କ ସମ୍ମୁଖରେ ରଖିଲ, ଆଉ ଏପ୍ରକାର ହୋଇଥିଲା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.