1ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମକୁ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ଜଣାଅ,
3ଆଉ କୁହ, ପ୍ରଭୁ, ସଦାପ୍ରଭୁ ଯିରୂଶାଲମକୁ ଏହି କଥା କହନ୍ତି: ତୁମ୍ଭର ଉତ୍ପତ୍ତି ଓ ଜନ୍ମସ୍ଥାନ କିଣାନୀୟ ଦେଶ ଅଟେ; ପୁଣି ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲା।
4ତୁମ୍ଭ ଜନ୍ମର ବିବରଣ ଏହି, ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ନାଭି କଟା ହୋଇ ନ ଥିଲା, କିଅବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳରେ ସ୍ନାନ କରାଯାଇ ନ ଥିଲା; ତୁମ୍ଭେ ଲବଣରେ ମଖାଯାଇ ନ ଥିଲ, କିଅବା ପଟୀରେ ଗୁଡ଼ା ଯାଇ ନ ଥିଲ।