18ପୁଣି, ତୁମ୍ଭେ ଆପଣା ବିଚିତ୍ର ବସ୍ତ୍ରସବୁ ନେଇ ସେମାନଙ୍କୁ ପିନ୍ଧାଇଲ ଓ ସେମାନଙ୍କ ସମ୍ମୁଖରେ ଆମ୍ଭର ତୈଳ ଓ ଆମ୍ଭର ଧୂପ ରଖିଲ।
19ମଧ୍ୟ ସରୁ ମଇଦା, ତୈଳ ଓ ମଧୁ, ଆଦି ଆମ୍ଭର ଯେଉଁ ଖାଦ୍ୟ ଦ୍ୱାରା ଆମ୍ଭେ ତୁମ୍ଭକୁ ପ୍ରତିପାଳନ କଲୁ, ତାହା ତୁମ୍ଭେ ସୌରଭାର୍ଥେ ସେମାନଙ୍କ ସମ୍ମୁଖରେ ରଖିଲ, ଆଉ ଏପ୍ରକାର ହୋଇଥିଲା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
20ଆହୁରି, ଆମ୍ଭ ନିମନ୍ତେ ତୁମ୍ଭେ ଯେଉଁମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ଆପଣାର ସେହି ପୁତ୍ର ଓ କନ୍ୟାଗଣକୁ ନେଇ ଗ୍ରାସିତ ହେବା ପାଇଁ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ।
21ତୁମ୍ଭେ ଯେ ଆମ୍ଭର ସନ୍ତାନଗଣକୁ ବଧ କରିଅଛ ଓ ଅଗ୍ନିରେ ଗମନ କରାଇ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ, ତୁମ୍ଭର ଏହି ବ୍ୟଭିଚାର କି କ୍ଷୁଦ୍ର ବିଷୟ?
22ପୁଣି, ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ ଓ ବ୍ୟଭିଚାର କ୍ରିୟା କରିବା ବେଳେ ଆପଣା ଯୌବନାବସ୍ଥାର ସମୟ, ଅର୍ଥାତ୍, ଯେଉଁ ସମୟରେ ତୁମ୍ଭେ ବିବସନା, ଉଲଙ୍ଗିନୀ ଥିଲ ଓ ନିଜ ରକ୍ତରେ ଛଟପଟ ହେଉଥିଲ, ସେହି ସମୟକୁ ସ୍ମରଣ କରି ନାହଁ।