ଯିହିଜିକଲ 16

ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭକୁ ଧିକ୍‍ ଧିକ୍‍! ତୁମ୍ଭର ଏହିସବୁ ଦୁଷ୍ଟାଚରଣ ଉତ୍ତାରେ,

Ezekiel 16:23 (UKJV) And it came to pass after all your wickedness, (woe, woe unto you! says the LORD GOD;)

21ତୁମ୍ଭେ ଯେ ଆମ୍ଭର ସନ୍ତାନଗଣକୁ ବଧ କରିଅଛ ଓ ଅଗ୍ନିରେ ଗମନ କରାଇ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ, ତୁମ୍ଭର ଏହି ବ୍ୟଭିଚାର କି କ୍ଷୁଦ୍ର ବିଷୟ?

22ପୁଣି, ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ ଓ ବ୍ୟଭିଚାର କ୍ରିୟା କରିବା ବେଳେ ଆପଣା ଯୌବନାବସ୍ଥାର ସମୟ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେ ବିବସନା, ଉଲଙ୍ଗିନୀ ଥିଲ ଓ ନିଜ ରକ୍ତରେ ଛଟପଟ ହେଉଥିଲ, ସେହି ସମୟକୁ ସ୍ମରଣ କରି ନାହଁ।

23ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭକୁ ଧିକ୍‍ ଧିକ୍‍! ତୁମ୍ଭର ଏହିସବୁ ଦୁଷ୍ଟାଚରଣ ଉତ୍ତାରେ,

24ତୁମ୍ଭେ ପ୍ରତିମା ପୂଜା କରିବାକୁ ଆପଣା ନିମନ୍ତେ ମନ୍ଦିର ନିର୍ମାଣ କରିଅଛ ଓ ପ୍ରତ୍ୟେକ ଛକରେ ଉଚ୍ଚସ୍ଥଳୀ ନିର୍ମାଣ କରିଅଛ।

25ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଉଚ୍ଚସ୍ଥଳୀ ପ୍ରସ୍ତୁତ କରିଅଛ ଓ ଆପଣାର ସୌନ୍ଦର୍ଯ୍ୟକୁ ଘୃଣାଯୋଗ୍ୟ କରିଅଛ ଓ ପ୍ରତ୍ୟେକ ପଥିକ ପାଇଁ ଆପଣାର ପାଦଦ୍ୱୟ ଅନାବୃତ କରିଅଛ, ଆଉ ଆପଣାର ବ୍ୟଭିଚାର କ୍ରିୟା ବଢ଼ାଇଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.