22ପୁଣି, ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ ଓ ବ୍ୟଭିଚାର କ୍ରିୟା କରିବା ବେଳେ ଆପଣା ଯୌବନାବସ୍ଥାର ସମୟ, ଅର୍ଥାତ୍, ଯେଉଁ ସମୟରେ ତୁମ୍ଭେ ବିବସନା, ଉଲଙ୍ଗିନୀ ଥିଲ ଓ ନିଜ ରକ୍ତରେ ଛଟପଟ ହେଉଥିଲ, ସେହି ସମୟକୁ ସ୍ମରଣ କରି ନାହଁ।
23ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭକୁ ଧିକ୍ ଧିକ୍! ତୁମ୍ଭର ଏହିସବୁ ଦୁଷ୍ଟାଚରଣ ଉତ୍ତାରେ,
24ତୁମ୍ଭେ ପ୍ରତିମା ପୂଜା କରିବାକୁ ଆପଣା ନିମନ୍ତେ ମନ୍ଦିର ନିର୍ମାଣ କରିଅଛ ଓ ପ୍ରତ୍ୟେକ ଛକରେ ଉଚ୍ଚସ୍ଥଳୀ ନିର୍ମାଣ କରିଅଛ।
25ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଉଚ୍ଚସ୍ଥଳୀ ପ୍ରସ୍ତୁତ କରିଅଛ ଓ ଆପଣାର ସୌନ୍ଦର୍ଯ୍ୟକୁ ଘୃଣାଯୋଗ୍ୟ କରିଅଛ ଓ ପ୍ରତ୍ୟେକ ପଥିକ ପାଇଁ ଆପଣାର ପାଦଦ୍ୱୟ ଅନାବୃତ କରିଅଛ, ଆଉ ଆପଣାର ବ୍ୟଭିଚାର କ୍ରିୟା ବଢ଼ାଇଅଛ।
26ଆହୁରି, ତୁମ୍ଭେ ଆପଣାର କାମୁକତା ପ୍ରତିବାସୀ, ମିସରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ ଓ ଆମ୍ଭକୁ ବିରକ୍ତ କରିବା ପାଇଁ ଆପଣା ବ୍ୟଭିଚାର କ୍ରିୟା ବଢ଼ାଇଅଛ।