27ଏହେତୁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭର ଦୈନିକ ଖାଦ୍ୟ ଊଣା କରିଅଛୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ତୁମ୍ଭ ଭ୍ରଷ୍ଟାଚରଣରେ ଲଜ୍ଜିତ ଅଟନ୍ତି, ସେହି ପଲେଷ୍ଟୀୟ କନ୍ୟାମାନଙ୍କ ଇଚ୍ଛାରେ ତୁମ୍ଭକୁ ସମର୍ପଣ କଲୁ।
28ତୁମ୍ଭେ ଅତୃପ୍ତ ହେବାରୁ ଅଶୂରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ; ହଁ, ତୁମ୍ଭେ ସେମାନଙ୍କ ସଙ୍ଗେ ବ୍ୟଭିଚାର କଲେ ହେଁ ତୃପ୍ତା ହୋଇ ନାହଁ।
29ଆହୁରି, ତୁମ୍ଭେ କିଣାନ ଦେଶରେ କଲ୍ଦୀୟ ପର୍ଯ୍ୟନ୍ତ ଆପଣା ବ୍ୟଭିଚାର କ୍ରିୟା ବୃଦ୍ଧି କରିଅଛ; ପୁଣି, ତହିଁରେ ହେଁ ତୃପ୍ତା ହୋଇ ନାହଁ।
30ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭର ହୃଦୟ କିପରି ଦୁର୍ବଳ, ଏଥିପାଇଁ ତୁମ୍ଭେ ସ୍ଵେଚ୍ଛାଚାରିଣୀ ବେଶ୍ୟା ସ୍ତ୍ରୀ ପରି ଏହିସବୁ କାର୍ଯ୍ୟ କରିଅଛ।
31ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଆପଣା ଉଚ୍ଚସ୍ଥାନ ନିର୍ମାଣ କରୁଅଛ ଓ ପ୍ରତ୍ୟେକ ଛକରେ ମଞ୍ଚ ପ୍ରସ୍ତୁତ କରୁଅଛ; ପୁଣି, ତୁମ୍ଭେ ବେଶ୍ୟା ପରି ନ ହୋଇ ଭଡ଼ା ତୁଚ୍ଛ କରିଅଛ।