ଯିହିଜିକଲ 16

ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭର ହୃଦୟ କିପରି ଦୁର୍ବଳ, ଏଥିପାଇଁ ତୁମ୍ଭେ ସ୍ଵେଚ୍ଛାଚାରିଣୀ ବେଶ୍ୟା ସ୍ତ୍ରୀ ପରି ଏହିସବୁ କାର୍ଯ୍ୟ କରିଅଛ।

Ezekiel 16:30 (UKJV) How weak is yours heart, says the LORD GOD, seeing you do all these things, the work of an domineering whorish woman;

28ତୁମ୍ଭେ ଅତୃପ୍ତ ହେବାରୁ ଅଶୂରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ; ହଁ, ତୁମ୍ଭେ ସେମାନଙ୍କ ସଙ୍ଗେ ବ୍ୟଭିଚାର କଲେ ହେଁ ତୃପ୍ତା ହୋଇ ନାହଁ।

29ଆହୁରି, ତୁମ୍ଭେ କିଣାନ ଦେଶରେ କଲ୍‍ଦୀୟ ପର୍ଯ୍ୟନ୍ତ ଆପଣା ବ୍ୟଭିଚାର କ୍ରିୟା ବୃଦ୍ଧି କରିଅଛ; ପୁଣି, ତହିଁରେ ହେଁ ତୃପ୍ତା ହୋଇ ନାହଁ।

30ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭର ହୃଦୟ କିପରି ଦୁର୍ବଳ, ଏଥିପାଇଁ ତୁମ୍ଭେ ସ୍ଵେଚ୍ଛାଚାରିଣୀ ବେଶ୍ୟା ସ୍ତ୍ରୀ ପରି ଏହିସବୁ କାର୍ଯ୍ୟ କରିଅଛ।

31ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଆପଣା ଉଚ୍ଚସ୍ଥାନ ନିର୍ମାଣ କରୁଅଛ ଓ ପ୍ରତ୍ୟେକ ଛକରେ ମଞ୍ଚ ପ୍ରସ୍ତୁତ କରୁଅଛ; ପୁଣି, ତୁମ୍ଭେ ବେଶ୍ୟା ପରି ନ ହୋଇ ଭଡ଼ା ତୁଚ୍ଛ କରିଅଛ।

32ତୁମ୍ଭେ ତ ବ୍ୟଭିଚାରିଣୀ ଭାର୍ଯ୍ୟା! ତୁମ୍ଭେ ତ ଆପଣା ସ୍ୱାମୀ ବଦଳରେ ଅଜଣା ଲୋକଙ୍କୁ ଗ୍ରହଣ କରୁଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.