30ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭର ହୃଦୟ କିପରି ଦୁର୍ବଳ, ଏଥିପାଇଁ ତୁମ୍ଭେ ସ୍ଵେଚ୍ଛାଚାରିଣୀ ବେଶ୍ୟା ସ୍ତ୍ରୀ ପରି ଏହିସବୁ କାର୍ଯ୍ୟ କରିଅଛ।
31ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଆପଣା ଉଚ୍ଚସ୍ଥାନ ନିର୍ମାଣ କରୁଅଛ ଓ ପ୍ରତ୍ୟେକ ଛକରେ ମଞ୍ଚ ପ୍ରସ୍ତୁତ କରୁଅଛ; ପୁଣି, ତୁମ୍ଭେ ବେଶ୍ୟା ପରି ନ ହୋଇ ଭଡ଼ା ତୁଚ୍ଛ କରିଅଛ।
32ତୁମ୍ଭେ ତ ବ୍ୟଭିଚାରିଣୀ ଭାର୍ଯ୍ୟା! ତୁମ୍ଭେ ତ ଆପଣା ସ୍ୱାମୀ ବଦଳରେ ଅଜଣା ଲୋକଙ୍କୁ ଗ୍ରହଣ କରୁଅଛ।
33ଲୋକେ ବେଶ୍ୟାମାନଙ୍କୁ ଭଡ଼ା ଦିଅନ୍ତି; ମାତ୍ର ତୁମ୍ଭେ ଆପଣା ପ୍ରେମିକ ସମସ୍ତଙ୍କୁ ଭଡ଼ା ଦେଉଅଛ, ଆଉ ତୁମ୍ଭର ବେଶ୍ୟାବୃତ୍ତି କ୍ରମେ ସେମାନେ ଯେପରି ଚତୁର୍ଦ୍ଦିଗରୁ ତୁମ୍ଭ ନିକଟକୁ ଆସନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଲାଞ୍ଚ ଦେଉଅଛ।
34ପୁଣି, ଅନ୍ୟ ସ୍ତ୍ରୀମାନଙ୍କ ଅପେକ୍ଷା ତୁମ୍ଭ ବେଶ୍ୟାବୃତ୍ତିର ପ୍ରଭେଦ ଏହି ଯେ, ତୁମ୍ଭ ସଙ୍ଗେ ବ୍ୟଭିଚାର କରିବା ପାଇଁ କେହି ତୁମ୍ଭର ପଶ୍ଚାଦ୍ଗାମୀ ହୁଏ ନାହିଁ; ଆଉ, ତୁମ୍ଭେ ଭଡ଼ା ଦେଲେ ହେଁ ତୁମ୍ଭକୁ କିଛି ଭଡ଼ା ଦିଆଯାଏ ନାହିଁ, ଏଥିପାଇଁ ତୁମ୍ଭର କ୍ରିୟା ବିପରୀତ ଅଟେ।