ଯିହିଜିକଲ 16

ଏହେତୁ ହେ ବେଶ୍ୟା, ସଦାପ୍ରଭୁଙ୍କର ବାକ୍ୟ ଶୁଣ;

Ezekiel 16:35 (UKJV) Wherefore, O harlot, hear the word of the LORD:

33ଲୋକେ ବେଶ୍ୟାମାନଙ୍କୁ ଭଡ଼ା ଦିଅନ୍ତି; ମାତ୍ର ତୁମ୍ଭେ ଆପଣା ପ୍ରେମିକ ସମସ୍ତଙ୍କୁ ଭଡ଼ା ଦେଉଅଛ, ଆଉ ତୁମ୍ଭର ବେଶ୍ୟାବୃତ୍ତି କ୍ରମେ ସେମାନେ ଯେପରି ଚତୁର୍ଦ୍ଦିଗରୁ ତୁମ୍ଭ ନିକଟକୁ ଆସନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଲାଞ୍ଚ ଦେଉଅଛ।

34ପୁଣି, ଅନ୍ୟ ସ୍ତ୍ରୀମାନଙ୍କ ଅପେକ୍ଷା ତୁମ୍ଭ ବେଶ୍ୟାବୃତ୍ତିର ପ୍ରଭେଦ ଏହି ଯେ, ତୁମ୍ଭ ସଙ୍ଗେ ବ୍ୟଭିଚାର କରିବା ପାଇଁ କେହି ତୁମ୍ଭର ପଶ୍ଚାଦ୍‍ଗାମୀ ହୁଏ ନାହିଁ; ଆଉ, ତୁମ୍ଭେ ଭଡ଼ା ଦେଲେ ହେଁ ତୁମ୍ଭକୁ କିଛି ଭଡ଼ା ଦିଆଯାଏ ନାହିଁ, ଏଥିପାଇଁ ତୁମ୍ଭର କ୍ରିୟା ବିପରୀତ ଅଟେ।

35ଏହେତୁ ହେ ବେଶ୍ୟା, ସଦାପ୍ରଭୁଙ୍କର ବାକ୍ୟ ଶୁଣ;

36ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର ଅଶୁଚିତା ଢଳା ଯାଇଅଛି ଓ ତୁମ୍ଭର ପ୍ରେମିକଗଣର ସଙ୍ଗେ ତୁମ୍ଭର ବ୍ୟଭିଚାର ହେତୁ ତୁମ୍ଭର ଉଲଙ୍ଗତା ଅନାବୃତ ହୋଇଅଛି, ଏଥିପାଇଁ, ପୁଣି, ତୁମ୍ଭର ଘୃଣାଯୋଗ୍ୟ ସକଳ ଦେବତାର ନିମନ୍ତେ ଓ ତୁମ୍ଭେ ସେମାନଙ୍କୁ ଆପଣା ସନ୍ତାନଗଣର ଯେଉଁ ରକ୍ତ ଦେଇଅଛ; ତହିଁ ସକାଶୁ;

37ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.