34ପୁଣି, ଅନ୍ୟ ସ୍ତ୍ରୀମାନଙ୍କ ଅପେକ୍ଷା ତୁମ୍ଭ ବେଶ୍ୟାବୃତ୍ତିର ପ୍ରଭେଦ ଏହି ଯେ, ତୁମ୍ଭ ସଙ୍ଗେ ବ୍ୟଭିଚାର କରିବା ପାଇଁ କେହି ତୁମ୍ଭର ପଶ୍ଚାଦ୍ଗାମୀ ହୁଏ ନାହିଁ; ଆଉ, ତୁମ୍ଭେ ଭଡ଼ା ଦେଲେ ହେଁ ତୁମ୍ଭକୁ କିଛି ଭଡ଼ା ଦିଆଯାଏ ନାହିଁ, ଏଥିପାଇଁ ତୁମ୍ଭର କ୍ରିୟା ବିପରୀତ ଅଟେ।
35ଏହେତୁ ହେ ବେଶ୍ୟା, ସଦାପ୍ରଭୁଙ୍କର ବାକ୍ୟ ଶୁଣ;
36ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର ଅଶୁଚିତା ଢଳା ଯାଇଅଛି ଓ ତୁମ୍ଭର ପ୍ରେମିକଗଣର ସଙ୍ଗେ ତୁମ୍ଭର ବ୍ୟଭିଚାର ହେତୁ ତୁମ୍ଭର ଉଲଙ୍ଗତା ଅନାବୃତ ହୋଇଅଛି, ଏଥିପାଇଁ, ପୁଣି, ତୁମ୍ଭର ଘୃଣାଯୋଗ୍ୟ ସକଳ ଦେବତାର ନିମନ୍ତେ ଓ ତୁମ୍ଭେ ସେମାନଙ୍କୁ ଆପଣା ସନ୍ତାନଗଣର ଯେଉଁ ରକ୍ତ ଦେଇଅଛ; ତହିଁ ସକାଶୁ;
37ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।
38ବିବାହ ନିୟମ ଲଙ୍ଘନକାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନେ ଯେରୂପ ବିଚାରିତା ହୁଅନ୍ତି, ସେରୂପ ଆମ୍ଭେ ତୁମ୍ଭର ବିଚାର କରିବା ଏବଂ କୋପ ଓ ଅନ୍ତର୍ଜ୍ୱାଳାର ରକ୍ତ ତୁମ୍ଭ ଉପରେ ଉପସ୍ଥିତ କରିବା।