ଯିହିଜିକଲ 16

ବିବାହ ନିୟମ ଲଙ୍ଘନକାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନେ ଯେରୂପ ବିଚାରିତା ହୁଅନ୍ତି, ସେରୂପ ଆମ୍ଭେ ତୁମ୍ଭର ବିଚାର କରିବା ଏବଂ କୋପ ଓ ଅନ୍ତର୍ଜ୍ୱାଳାର ରକ୍ତ ତୁମ୍ଭ ଉପରେ ଉପସ୍ଥିତ କରିବା।

Ezekiel 16:38 (UKJV) And I will judge you, as women that violate marriage bond and shed blood are judged; and I will give you blood in fury and jealousy.

36ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର ଅଶୁଚିତା ଢଳା ଯାଇଅଛି ଓ ତୁମ୍ଭର ପ୍ରେମିକଗଣର ସଙ୍ଗେ ତୁମ୍ଭର ବ୍ୟଭିଚାର ହେତୁ ତୁମ୍ଭର ଉଲଙ୍ଗତା ଅନାବୃତ ହୋଇଅଛି, ଏଥିପାଇଁ, ପୁଣି, ତୁମ୍ଭର ଘୃଣାଯୋଗ୍ୟ ସକଳ ଦେବତାର ନିମନ୍ତେ ଓ ତୁମ୍ଭେ ସେମାନଙ୍କୁ ଆପଣା ସନ୍ତାନଗଣର ଯେଉଁ ରକ୍ତ ଦେଇଅଛ; ତହିଁ ସକାଶୁ;

37ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।

38ବିବାହ ନିୟମ ଲଙ୍ଘନକାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନେ ଯେରୂପ ବିଚାରିତା ହୁଅନ୍ତି, ସେରୂପ ଆମ୍ଭେ ତୁମ୍ଭର ବିଚାର କରିବା ଏବଂ କୋପ ଓ ଅନ୍ତର୍ଜ୍ୱାଳାର ରକ୍ତ ତୁମ୍ଭ ଉପରେ ଉପସ୍ଥିତ କରିବା।

39ଆମ୍ଭେ, ମଧ୍ୟ ତୁମ୍ଭକୁ ସେମାନଙ୍କ ହସ୍ତରେ ସମର୍ପଣ କରିବା, ତହିଁରେ ସେମାନେ ତୁମ୍ଭର ମନ୍ଦିର ସ୍ଥାନସବୁ ଭାଙ୍ଗି ପକାଇବେ ଓ ଉଚ୍ଚସ୍ଥଳୀସବୁ ଉତ୍ପାଟନ କରିବେ; ପୁଣି, ସେମାନେ ତୁମ୍ଭକୁ ବିବସନା କରି ତୁମ୍ଭର ସୁନ୍ଦର ଅଳଙ୍କାରସବୁ ହରଣ କରି ନେବେ; ଆଉ, ସେମାନେ ତୁମ୍ଭକୁ ବିବସନା ଓ ଉଲଙ୍ଗିନୀ କରି ଛାଡ଼ି ଦେବେ।

40ଆହୁରି, ସେମାନେ ତୁମ୍ଭ ବିରୁଦ୍ଧରେ ଏକ ସମାଜ ଆଣି ତୁମ୍ଭକୁ ପ୍ରସ୍ତରାଘାତ କରିବେ ଓ ଆପଣା ଆପଣା ଖଡ୍ଗରେ ତୁମ୍ଭକୁ ବିନ୍ଧିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.