41ପୁଣି, ସେମାନେ ତୁମ୍ଭର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ ଓ ଅନେକ ସ୍ତ୍ରୀଲୋକଙ୍କ ସାକ୍ଷାତରେ ତୁମ୍ଭ ଉପରେ ଦଣ୍ଡାଜ୍ଞା ସଫଳ କରିବେ; ପୁଣି, ଆମ୍ଭେ ତୁମ୍ଭକୁ ବ୍ୟଭିଚାର କ୍ରିୟାରୁ ନିବୃତ୍ତ କରାଇବା, ତୁମ୍ଭେ ମଧ୍ୟ ଆଉ ଭଡ଼ା ଦେବ ନାହିଁ।
42ଏହିରୂପେ ତୁମ୍ଭ ପ୍ରତି ଆମ୍ଭର କୋପ ଶାନ୍ତ ହେବ, ତୁମ୍ଭଠାରୁ ଆମ୍ଭର ଅନ୍ତର୍ଜ୍ୱାଳା ଯିବ ଓ ଆମ୍ଭେ କ୍ଷାନ୍ତ ହୋଇ ଆଉ କ୍ରୋଧ କରିବା ନାହିଁ।
43ତୁମ୍ଭେ ଆପଣା ଯୌବନାବସ୍ଥା ସ୍ମରଣ କରି ନାହଁ, ମାତ୍ର ଏହିସବୁ ବିଷୟରେ ଆମ୍ଭକୁ ବିରକ୍ତ କରିଅଛ, ଏହେତୁ ଦେଖ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ହିଁ ତୁମ୍ଭ କାର୍ଯ୍ୟର ଫଳ ତୁମ୍ଭ ମସ୍ତକରେ ବର୍ତ୍ତାଇବା, ତହିଁରେ ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ କ୍ରିୟା ଉପରେ ଏପ୍ରକାର ଭ୍ରଷ୍ଟାଚରଣ କରିବ ନାହିଁ।
44ଦେଖ, ଯେକେହି ପ୍ରବାଦ ବ୍ୟବହାର କରେ, ସେ ତୁମ୍ଭ ବିରୁଦ୍ଧରେ ଏହି ପ୍ରବାଦ ବ୍ୟବହାର କରିବ ଯଥା; ‘ମାତା ଯେସନ, କନ୍ୟା ତେସନ।’
45ତୁମ୍ଭେ ଆପଣା ମାତାର କନ୍ୟା, ସେ ଆପଣା ସ୍ୱାମୀକୁ ଓ ସନ୍ତାନମାନଙ୍କୁ ଘୃଣା କରେ; ତୁମ୍ଭେ ନିଜ ଭଗିନୀଗଣର ଭଗିନୀ, ସେମାନେ ଆପଣା ଆପଣା ସ୍ୱାମୀକୁ ଓ ସନ୍ତାନଗଣକୁ ଘୃଣା କଲେ; ତୁମ୍ଭମାନଙ୍କର ମାତା ଜଣେ ହିତ୍ତୀୟା ଓ ତୁମ୍ଭମାନଙ୍କର ପିତା ଜଣେ ଇମୋରୀୟ ଥିଲା।