ଯିହିଜିକଲ 16

ଦେଖ, ତୁମ୍ଭ ଭଗିନୀ ସଦୋମର ଏହି ଅଧର୍ମ ଥିଲା; ତାହାର ଓ ତାହାର କନ୍ୟାଗଣର ଅହଙ୍କାର, ଭକ୍ଷ୍ୟର ପୂର୍ଣ୍ଣତା ଓ ସମୃଦ୍ଧି ଜନିତ ଶାନ୍ତି ଥିଲା, ସେ ଦରିଦ୍ର ଓ ଦୀନହୀନଙ୍କର ହସ୍ତ ସବଳ କଲା ନାହିଁ।

Ezekiel 16:49 (UKJV) Behold, this was the iniquity of your sister Sodom, pride, fullness of bread, and abundance of idleness was in her and in her daughters, neither did she strengthen the hand of the poor and needy.

47ତଥାପି ତୁମ୍ଭେ ସେମାନଙ୍କ ପଥରେ ଗମନ କରି ନାହଁ, କିଅବା ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ କର୍ମ କରି ନାହଁ; ମାତ୍ର ତାହା ଅତି କ୍ଷୁଦ୍ର ଥିଲା ପରି ମନେ କରି, ତୁମ୍ଭେ ଆପଣାର ସମସ୍ତ ଆଚାରବ୍ୟବହାରରେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟା ହୋଇଅଛ।

48ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ କହୁଅଛୁ, ତୁମ୍ଭର ଭଗିନୀ ସଦୋମ, ତାହାର କନ୍ୟାଗଣ ତୁମ୍ଭ ପରି ଓ ତୁମ୍ଭ କନ୍ୟାଗଣ ପରି କର୍ମ କରି ନାହାନ୍ତି।

49ଦେଖ, ତୁମ୍ଭ ଭଗିନୀ ସଦୋମର ଏହି ଅଧର୍ମ ଥିଲା; ତାହାର ଓ ତାହାର କନ୍ୟାଗଣର ଅହଙ୍କାର, ଭକ୍ଷ୍ୟର ପୂର୍ଣ୍ଣତା ଓ ସମୃଦ୍ଧି ଜନିତ ଶାନ୍ତି ଥିଲା, ସେ ଦରିଦ୍ର ଓ ଦୀନହୀନଙ୍କର ହସ୍ତ ସବଳ କଲା ନାହିଁ।

50ପୁଣି, ସେମାନେ ଅହଙ୍କାରିଣୀ ଥିଲେ ଓ ଆମ୍ଭ ସମ୍ମୁଖରେ ଘୃଣାଯୋଗ୍ୟ କ୍ରିୟା କଲେ; ଏହେତୁ ଆମ୍ଭକୁ ଯେପରି ଭଲ ଦିଶିଲା, ସେହିପରି ଆମ୍ଭେ ସେମାନଙ୍କୁ ଦୂର କଲୁ।

51ପୁଣି, ଶମରୀୟା ତୁମ୍ଭ ପାପର ଅର୍ଦ୍ଧେକ ପାପ କରି ନାହିଁ; ମାତ୍ର ତୁମ୍ଭେ ସେମାନଙ୍କ ଅପେକ୍ଷା ଆପଣା ଘୃଣାଯୋଗ୍ୟ କ୍ରିୟା ଅଧିକ ବଢ଼ାଇଅଛ ଓ ଆପଣାର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ ପରି କରିଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.