ଯିହିଜିକଲ 16

ପୁଣି, ଶମରୀୟା ତୁମ୍ଭ ପାପର ଅର୍ଦ୍ଧେକ ପାପ କରି ନାହିଁ; ମାତ୍ର ତୁମ୍ଭେ ସେମାନଙ୍କ ଅପେକ୍ଷା ଆପଣା ଘୃଣାଯୋଗ୍ୟ କ୍ରିୟା ଅଧିକ ବଢ଼ାଇଅଛ ଓ ଆପଣାର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ ପରି କରିଅଛ।

Ezekiel 16:51 (UKJV) Neither has Samaria committed half of your sins; but you have multiplied yours abominations more than they, and have justified your sisters in all yours abominations which you have done.

49ଦେଖ, ତୁମ୍ଭ ଭଗିନୀ ସଦୋମର ଏହି ଅଧର୍ମ ଥିଲା; ତାହାର ଓ ତାହାର କନ୍ୟାଗଣର ଅହଙ୍କାର, ଭକ୍ଷ୍ୟର ପୂର୍ଣ୍ଣତା ଓ ସମୃଦ୍ଧି ଜନିତ ଶାନ୍ତି ଥିଲା, ସେ ଦରିଦ୍ର ଓ ଦୀନହୀନଙ୍କର ହସ୍ତ ସବଳ କଲା ନାହିଁ।

50ପୁଣି, ସେମାନେ ଅହଙ୍କାରିଣୀ ଥିଲେ ଓ ଆମ୍ଭ ସମ୍ମୁଖରେ ଘୃଣାଯୋଗ୍ୟ କ୍ରିୟା କଲେ; ଏହେତୁ ଆମ୍ଭକୁ ଯେପରି ଭଲ ଦିଶିଲା, ସେହିପରି ଆମ୍ଭେ ସେମାନଙ୍କୁ ଦୂର କଲୁ।

51ପୁଣି, ଶମରୀୟା ତୁମ୍ଭ ପାପର ଅର୍ଦ୍ଧେକ ପାପ କରି ନାହିଁ; ମାତ୍ର ତୁମ୍ଭେ ସେମାନଙ୍କ ଅପେକ୍ଷା ଆପଣା ଘୃଣାଯୋଗ୍ୟ କ୍ରିୟା ଅଧିକ ବଢ଼ାଇଅଛ ଓ ଆପଣାର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ ପରି କରିଅଛ।

52ତୁମ୍ଭେ ଆପଣା ଭଗିନୀଗଣର ପକ୍ଷରେ ବିଚାର ନିଷ୍ପତ୍ତି କରିବାରୁ ଆପଣା ଅପମାନ ଆପେ ଭୋଗ କର; ସେମାନଙ୍କ ଅପେକ୍ଷା ତୁମ୍ଭର କୃତ ଅଧିକ ଘୃଣାଯୋଗ୍ୟ ପାପସମୂହ ଦ୍ୱାରା ସେମାନେ ତୁମ୍ଭ ଅପେକ୍ଷା ଧାର୍ମିକ ହୋଇଅଛନ୍ତି; ହଁ, ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ କରିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଲଜ୍ଜିତ ହୁଅ ଓ ଆପଣା ଅପମାନ ଭୋଗ କର।

53ପୁଣି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା, ଅର୍ଥାତ୍‍, ସଦୋମ ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ଶମରୀୟା ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ତୁମ୍ଭର ବନ୍ଦୀଗଣର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.