ଯିହିଜିକଲ 16

ସେହି ସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇ ନ ଥିଲା, ପାଇଲା ଉତ୍ତାରେ ତୁମ୍ଭର ତୁଚ୍ଛକାରିଣୀ ଅରାମର କନ୍ୟାଗଣ ଓ ତାହାର ଚତୁର୍ଦ୍ଦିଗ ନିବାସିନୀ ସମସ୍ତେ, ପଲେଷ୍ଟୀୟମାନଙ୍କର କନ୍ୟାଗଣ ଚାରି ଦିଗରେ ତୁମ୍ଭର ଅପମାନ କଲେ।

Ezekiel 16:57 (UKJV) Before your wickedness was discovered, as at the time of your reproach of the daughters of Syria, and all that are round about her, the daughters of the Philistines, which despise you round about.

55ପୁଣି, ତୁମ୍ଭର ଭଗିନୀଗଣ, ଅର୍ଥାତ୍‍, ସଦୋମ ଓ ତାହାର କନ୍ୟାଗଣ ସେମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବେ, ଶମରୀୟା ଓ ତାହାର କନ୍ୟାଗଣ ସେମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବେ, ଆଉ ତୁମ୍ଭେ ଓ ତୁମ୍ଭର କନ୍ୟାଗଣ ତୁମ୍ଭମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବ।

56କାରଣ ତୁମ୍ଭର ଆତ୍ମପ୍ରଶଂସାର ସମୟରେ ତୁମ୍ଭେ ଆପଣା ଭଗିନୀ ସଦୋମର ନାମ ମୁଖରେ ଆଣି ନ ଥିଲ।

57ସେହି ସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇ ନ ଥିଲା, ପାଇଲା ଉତ୍ତାରେ ତୁମ୍ଭର ତୁଚ୍ଛକାରିଣୀ ଅରାମର କନ୍ୟାଗଣ ଓ ତାହାର ଚତୁର୍ଦ୍ଦିଗ ନିବାସିନୀ ସମସ୍ତେ, ପଲେଷ୍ଟୀୟମାନଙ୍କର କନ୍ୟାଗଣ ଚାରି ଦିଗରେ ତୁମ୍ଭର ଅପମାନ କଲେ।

58ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣା ବ୍ୟଭିଚାର ଓ ଘୃଣାଯୋଗ୍ୟ କ୍ରିୟାର ଭାର ବହନ କରିଅଛ।

59କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଶପଥ ଅବଜ୍ଞା କରି ନିୟମ ଯେପରି ଭଗ୍ନ କରିଅଛ, ଆମ୍ଭେ ତୁମ୍ଭ ପ୍ରତି ସେହିରୂପ ବ୍ୟବହାର କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.