56କାରଣ ତୁମ୍ଭର ଆତ୍ମପ୍ରଶଂସାର ସମୟରେ ତୁମ୍ଭେ ଆପଣା ଭଗିନୀ ସଦୋମର ନାମ ମୁଖରେ ଆଣି ନ ଥିଲ।
57ସେହି ସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇ ନ ଥିଲା, ପାଇଲା ଉତ୍ତାରେ ତୁମ୍ଭର ତୁଚ୍ଛକାରିଣୀ ଅରାମର କନ୍ୟାଗଣ ଓ ତାହାର ଚତୁର୍ଦ୍ଦିଗ ନିବାସିନୀ ସମସ୍ତେ, ପଲେଷ୍ଟୀୟମାନଙ୍କର କନ୍ୟାଗଣ ଚାରି ଦିଗରେ ତୁମ୍ଭର ଅପମାନ କଲେ।
58ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣା ବ୍ୟଭିଚାର ଓ ଘୃଣାଯୋଗ୍ୟ କ୍ରିୟାର ଭାର ବହନ କରିଅଛ।
59କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଶପଥ ଅବଜ୍ଞା କରି ନିୟମ ଯେପରି ଭଗ୍ନ କରିଅଛ, ଆମ୍ଭେ ତୁମ୍ଭ ପ୍ରତି ସେହିରୂପ ବ୍ୟବହାର କରିବା।
60ତଥାପି ତୁମ୍ଭ ଯୌବନାବସ୍ଥାରେ ତୁମ୍ଭ ସହିତ ଆମ୍ଭ କୃତ ନିୟମ ଆମ୍ଭେ ସ୍ମରଣ କରିବା ଓ ତୁମ୍ଭ ପକ୍ଷରେ ଆମ୍ଭେ ଅନନ୍ତକାଳସ୍ଥାୟୀ ଏକ ନିୟମ ସ୍ଥାପନ କରିବା।