ଯିହିଜିକଲ 16

ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

Ezekiel 16:63 (UKJV) That you may remember, and be confounded, and never open your mouth any more because of your shame, when I am pacified toward you for all that you have done, says the Lord GOD.

61ସେହି ସମୟରେ ଯେତେବେଳେ ତୁମ୍ଭେ ଆପଣା ଭଗିନୀଗଣକୁ, ତୁମ୍ଭର ବଡ଼ ଓ ସାନ ଭଗିନୀଗଣକୁ ଗ୍ରହଣ କରିବ, ସେତେବେଳେ ତୁମ୍ଭେ ଆପଣା ଆଚାର ବ୍ୟବହାର ସ୍ମରଣ କରି ଲଜ୍ଜିତ ହେବ; ଆଉ, ଆମ୍ଭେ ସେମାନଙ୍କୁ କନ୍ୟା ରୂପେ ତୁମ୍ଭକୁ ଦେବା, ମାତ୍ର ତୁମ୍ଭର ନିୟମାନୁକ୍ରମେ ନୁହେଁ।

62ପୁଣି, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।

63ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.