5ଏହିସବୁ ମଧ୍ୟରୁ କୌଣସି କାର୍ଯ୍ୟ କରିବା ପାଇଁ, ତୁମ୍ଭ ପ୍ରତି ଦୟା ବହିବା ପାଇଁ କେହି ତୁମ୍ଭ ଉପରେ ସ୍ନେହ ଦୃଷ୍ଟି ନ କଲା; ମାତ୍ର ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ଘୃଣାଯୋଗ୍ୟ ଅବସ୍ଥା ସକାଶୁ ଖୋଲା ପଡ଼ିଆରେ ଫୋପଡ଼ା ଯାଇଥିଲ।
6ଏଥିଉତ୍ତାରେ ଆମ୍ଭେ ଯେତେବେଳେ ତୁମ୍ଭ ନିକଟ ଦେଇ ଗଲୁ ଓ ତୁମ୍ଭକୁ ରକ୍ତରେ ଛଟପଟ ହେବାର ଦେଖିଲୁ, ସେତେବେଳେ ଆମ୍ଭେ ତୁମ୍ଭକୁ କହିଲୁ, ‘ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ହଁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ;’ ଏହି କଥା ଆମ୍ଭେ ତୁମ୍ଭକୁ କହିଲୁ।
7ଆମ୍ଭେ କ୍ଷେତ୍ରରେ ଉଦ୍ଭିଦ ପରି ତୁମ୍ଭକୁ ବହୁସଂଖ୍ୟକ କରାଇଲୁ, ତହିଁରେ ତୁମ୍ଭେ ବୃଦ୍ଧି ପାଇ ଅତି ବଡ଼ ହୋଇ ଉଠିଲ ଓ ମହାଶୋଭାରୂପ ଅଳଙ୍କାର ସ୍ୱରୂପ ହେଲ; ତୁମ୍ଭର ସ୍ତନଯୁଗଳ ସୁଡୌଲ ଓ ତୁମ୍ଭର କେଶ ଦୀର୍ଘ ହେଲା; ତଥାପି ତୁମ୍ଭେ ବିବସନା ଓ ଉଲଙ୍ଗିନୀ ଥିଲ।
8ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ।
9ତହୁଁ ଆମ୍ଭେ ତୁମ୍ଭକୁ ଜଳରେ ସ୍ନାନ କରାଇଲୁ, ହଁ, ଆମ୍ଭେ ସମ୍ପୂର୍ଣ୍ଣ ରୂପେ ତୁମ୍ଭ ଦେହରୁ ତୁମ୍ଭର ରକ୍ତ ଧୋଇ ଦେଲୁ ଓ ଆମ୍ଭେ ତୈଳରେ ତୁମ୍ଭକୁ ମର୍ଦ୍ଦନ କଲୁ।