7ଆମ୍ଭେ କ୍ଷେତ୍ରରେ ଉଦ୍ଭିଦ ପରି ତୁମ୍ଭକୁ ବହୁସଂଖ୍ୟକ କରାଇଲୁ, ତହିଁରେ ତୁମ୍ଭେ ବୃଦ୍ଧି ପାଇ ଅତି ବଡ଼ ହୋଇ ଉଠିଲ ଓ ମହାଶୋଭାରୂପ ଅଳଙ୍କାର ସ୍ୱରୂପ ହେଲ; ତୁମ୍ଭର ସ୍ତନଯୁଗଳ ସୁଡୌଲ ଓ ତୁମ୍ଭର କେଶ ଦୀର୍ଘ ହେଲା; ତଥାପି ତୁମ୍ଭେ ବିବସନା ଓ ଉଲଙ୍ଗିନୀ ଥିଲ।
8ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ।
9ତହୁଁ ଆମ୍ଭେ ତୁମ୍ଭକୁ ଜଳରେ ସ୍ନାନ କରାଇଲୁ, ହଁ, ଆମ୍ଭେ ସମ୍ପୂର୍ଣ୍ଣ ରୂପେ ତୁମ୍ଭ ଦେହରୁ ତୁମ୍ଭର ରକ୍ତ ଧୋଇ ଦେଲୁ ଓ ଆମ୍ଭେ ତୈଳରେ ତୁମ୍ଭକୁ ମର୍ଦ୍ଦନ କଲୁ।
10ଆହୁରି, ଆମ୍ଭେ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲୁ, ଶିଶୁକ ଚର୍ମର ପାଦୁକା ପିନ୍ଧାଇଲୁ ଓ ଆମ୍ଭେ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର କଟିବନ୍ଧନ କରାଇଲୁ, ପୁଣି, ପଟ୍ଟବସ୍ତ୍ରରେ ବିଭୂଷିତା କଲୁ।
11ଆହୁରି, ଆମ୍ଭେ ଅଳଙ୍କାରରେ ତୁମ୍ଭକୁ ଭୂଷିତା କଲୁ, ତୁମ୍ଭ ହସ୍ତରେ କଙ୍କଣ ଓ ଗଳଦେଶରେ ହାର ଦେଲୁ।